www.samajalive.in
Saturday, December 6, 2025
26.1 C
Bhubaneswar

ଟେନିସ ତାରକା ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ବର: ଇଣ୍ଡିଆନ ମେଟାଲସ୍‌ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ୨୦୨୩ ମସିହା ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ବିଜେତା ଓ ଉପବିଜେତାଙ୍କ ନାମ ଘୋଷଣା କରାଯାଇଛି। ୨୦୨୩ ପାଇଁ ଟେନିସ ତାରକା ଦେବାଶିଷ ସାହୁ ଏକଲବ୍ୟ ପୁରସ୍କାର ବିଜେତା ହୋଇଛନ୍ତି। ଟେନିସ ତାରକା ଦେବାଶିଷ ସାହୁ ଏକଲବ୍ୟ ପୁରସ୍କାର ସହ ୫ଲକ୍ଷ ଟଙ୍କାର ଅର୍ଥରାଶି ଓ ମାନପତ୍ର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ସେହିପରି ୨୦୨୩ ମସିହା ପାଇଁ ୨ଜଣ ଉପବିଜେତାଙ୍କ ନାମ ମଧ୍ୟ ଘୋଷଣା ହୋଇଛି। ଆଥଲେଟ ବାପି ହାଁସଦା ଓ ଭାରୋତ୍ତଳକ ଜ୍ୟୋତ୍ସ୍ନା ଶବରଙ୍କୁ ଉପବିଜେତା ଭାବେ ଘୋଷଣା କରାଯାଇଛି। ବାପି ଓ ଜ୍ୟୋତ୍ସ୍ନାଙ୍କୁ ୧ ଲକ୍ଷ ଟଙ୍କା ସହ ମାନପତ୍ର ମିଳିବ ବୋଲି କୁହାଯାଇଛି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଘୋଷଣା। ୯୯୯୩ରୁ କ୍ରମାଗତ ଭାବେ ଏକଲବ୍ୟ ପୁରସ୍କାର ପ୍ରଦାନ କରି ଆସୁଛି ଇମ୍ପାକ୍ଟ।

ଆଜି ଏକଲବ୍ୟ ପୁରସ୍କାର ବିଜେତା ଏବଂ ଉପବିଜେତାଙ୍କ ନାମ ଘୋଷଣା କରିବା ଅବସରରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟି ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ହେଉଛି ଆମର ମୂଳ ଲକ୍ଷ୍ୟ। ଯାହାଫଳରେ ସେମାନେ ଅଧିକରୁ ଅଧିକ ଉନ୍ନତ କ୍ରୀଡ଼ା ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ସୁନାମ ଅର୍ଜନ କରିପାରିବେ। କ୍ରୀଡ଼ା ବ୍ୟତୀତ ସାହିତ୍ୟ, କଳା, ସ୍ଥାପତ୍ୟ ଓ ସ୍ୱାସ୍ଥ୍ୟସେବା ଆଦିକୁ ମଧ୍ୟ ପ୍ରୋତ୍ସାହନ ପ୍ରଦାନ କରାଯାଉଛି, ଯାହା ଆଗକୁ ମଧ୍ୟ ଜାରି ରହିବ ବୋଲି ଶ୍ରୀ ପଣ୍ଡା ପ୍ରକାଶ କରିଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories