www.samajalive.in
Saturday, December 13, 2025
23.1 C
Bhubaneswar

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର – ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭା ସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା ବିଧାନସଭାର ମାନ୍ୟବର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଂଗ୍ରେସ ଦଳର ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇ, ପୂର୍ବତନ ବିଧାୟକ ଶ୍ରୀ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀ ଶ୍ରୀରାମ ଦାଶ ଉପସ୍ଥିତ ଥିଲେ ।

ପ୍ରକାଶଯୋଗ୍ୟ ଯେ କୋଭିଡ୍‌ ସଂକ୍ରମଣ ପାଇଁ ଗତ ତିନିବର୍ଷ ଧରି ଏ ବାବଦରେ କୌଣସି ବୈଠକ ଅନୁଷ୍ଠିତ ହୋଇ ନଥିଲା । ଚଳିତ ବର୍ଷ ୨୦୧୭ରୁ ୨୦୨୧ ପର୍ଯ୍ୟନ୍ତ ୫ ବର୍ଷର ଶ୍ରେଷ୍ଠ ବିଧାୟକଙ୍କୁ ଚୟନ କରାଯିବ । ପ୍ରତିବର୍ଷ ଓଡ଼ିଶା ବିଧାନସଭା ପକ୍ଷରୁ ୩ଟି ବର୍ଗରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । ପଣ୍ଡିତ ନୀଳକଣ୍ଠ ସମ୍ମାନରେ ବର୍ତ୍ତମାନର ବିଧାୟକ, ଉତ୍କଳଗୌରବ ମଧୁସୂଦନ ସମ୍ମାନରେ ପୂର୍ବତନ ବିଧାୟକ ଏବଂ ଉତ୍କଳମଣି ଗୋପବନ୍ଧୁ ପ୍ରତିଭା ସମ୍ମାନରେ ନବ ନିର୍ବାଚିତ ବିଧାୟକଙ୍କୁ ସମ୍ମାନିତ କରାଯାଇଥାଏ । ରାଜ୍ୟ ପ୍ରତି ଥିବା ଦାୟିତ୍ୱବୋଧ ଓ ନିଷ୍ଠା ସହ ବିଧାନସଭା ଗୃହକାର୍ଯ୍ୟରେ ମାନ୍ୟବର ବିଧାୟକଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ଆଧାରରେ ଚୟନ କମିଟି ଶ୍ରେଷ୍ଠ ବିଧାୟକଙ୍କୁ ମନୋନୀତ କରିଥାନ୍ତି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories