କଳାହାଣ୍ଡି: ଭବାନୀପାଟଣା ପୌର ପରିଷଦ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ୫୦ ଶଯ୍ୟା ବିଶିଷ୍ଟ ଆଶ୍ରୟସ୍ଥଳୀ ଉଦଘାଟିତ ହୋଇ ଯାଇଛି। ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ, ସାଂସଦ ବସନ୍ତ ପଣ୍ଡା, ସମେତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ। ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ୧୦ ଜଣ ଭୂମିହୀନଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା।




