www.samajalive.in
Saturday, December 6, 2025
14.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଜଣେ ମୃତ, ୨ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଦେପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି।
ସୂଚନା ଅନୁସାରେ ବିଶ୍ୱନାଥପୁର ସ୍ଥିତ ମନୋହର ହରପାଳଙ୍କ ପୁଅ ତକଦିର ହରପାଳ କୌଣସି କାମରେ ବୁଲେଟ୍‌‌ରେ ଭବାନୀପାଟଣା ଆସୁଥିବା ବେଳେ ଏକ ଟ୍ରକ ସହ ସାମ୍ନାସାମ୍ନି ଧକ୍କା ହେବାରୁ ଭାରସାମ୍ୟ ହରାଇ ଟ୍ରକ ଚକ ତଳେ ପଡି ଯାଇଥିଲେ। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ସେହିଭଳି ଆଉ ଗୋଟିଏ ଗାଡ଼ିରେ ଆସୁଥିବା ଦୁଇ ଜଣ ମଧ୍ୟ ଏହି ଦୁର୍ଘଟଣାକୁ ଦେଖିବା ପରେ ଭାରସାମ୍ୟ ହରାଇ ରାସ୍ତାରେ ପଡିଯାଇ ଗୁରୁତର ହୋଇଥିବା ଜଣାପଡିଛି । ଖବର ପାଇ ଭବାନୀପାଟଣା ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତକଦିର ହରପାଲଙ୍କ ମୃତଦେହ  ଜବତ କରି ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ଆହତ ମାନଙ୍କୁ ଆଣି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଟ୍ରକକୁ ଜବତ କରି ଏକ ମାମଲା ରୁଜୁ କରିବା ସହିତ ତଦନ୍ତ କରୁଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories