www.samajalive.in
Monday, December 15, 2025
15.1 C
Bhubaneswar

ତାଳ ଗଛରେ ପିଟିହେଲା ବାଇକ: ୨ ମୃତ, ଜଣେ ଗୁରୁତର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ କୋକୋମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଘଟିଛି। ରବିବାର ରାତି ୧୦ ଘଣ୍ଟା ସମୟରେ କେସିଙ୍ଗା ପଟରୁ ଏକ ବାଇକ ଯୋଗେ ତିନିଜଣ ଭବାନୀପାଟଣା ପଟକୁ ଆସୁଥିବା ବେଳେ କୋକୋମୁଣ୍ଡା ବୁଲାଣି ନିକଟରେ ଥିବା ଏକ ତାଳ ଗଛରେ ପିଟି ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି। ମୃତକ ହେଲେ ସମ୍ବଲପୁର ଅଞ୍ଚଳର ନିଶାନ୍ତ ଦାସ ଓ ଚତୁର୍ଭୁଜ। ଗୁରୁତର ଜଣକ ହେଲେ ଧର୍ମଗଡ ବେହେରା ଅଞ୍ଚଳର ଅଶୋକ ନାଏକ। ଗୁରୁତର ଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି। ଘଟଣାସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଜାରି ରହିଥିବା ଜଣାପଡିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories