www.samajalive.in
Monday, December 15, 2025
15.1 C
Bhubaneswar

ନାବାଳିକା ନିର୍ଯାତନା ମାମଲାରେ ଦୋଷୀକୁ ଜେଲ, ପୀଡିତାକୁ ଦେଢ଼ ଲକ୍ଷ ଟଙ୍କା କ୍ଷତି ପୁରଣ

ଭବାନିପାଟଣା: ଜଣେ ନାବାଳିକାକୁ ଯୌନ ନିର୍ଯାତନା ଦେବା ମାମଲାର ବିଚାର କରି ସ୍ଥାନୀୟ ପୋକ୍ସ କୋର୍ଟ ବିଚାରପତି ଶୁଭଞ୍ଜନ ମହାନ୍ତି ଦୋଷୀକୁ ଦୁଇବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି। ଅଭିଯୋଗ ଅନୁଯାୟୀ ଗତ ୨୪.୦୪.୨୦୨୧ ଦିନ ନାବାଳିକା  ଜଣକ ସମ୍ପର୍କୀୟ ସୁଧୀର ପୁଟେଲ (୨୪) ସହ ପଂଚାୟତ ଅଫିସକୁ ଯାଇଥିଲେ। ତେବେ ରାସ୍ତାରେ ସୁଧିର ପୁଟେଲ ନାବାଳିକାକୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହେଇଥିଲା।

ଏନେଇ ସ୍ଥାନୀୟ ସଦର ଥାନାରେ ନାବାଳିକା ର ବାପା ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ କରି ଅଭିଯୁକ୍ତ ସୁଧୀର ପୁଟେଲ କୁ କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ୧୩ଟି ସାକ୍ଷ୍ୟ ଏବଂ ୧୪ ଟି ପ୍ରମାଣ କୁ ଭିତ୍ତି କରି ଦୋଷୀ ସୁଧିର ପୁଟେଲ (୨୪) କୁ ଆଜି ବିଚାରପତି ଦୁଇବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି। ଏଥି ସହିତ ପୀଡିତାକୁ ଦେଢ଼ ଲକ୍ଷ ଟଙ୍କା କ୍ଷତି ପୁରଣ ଦେବାକୁ ଡିଏଲଏସଏକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା କୁ ସରକାରୀ ଓକିଲ ରୋହିତ ମିଶ୍ର ପରିଚାଳନା କରୁଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories