www.samajalive.in
Saturday, December 6, 2025
19.1 C
Bhubaneswar

କୋଭିଡ କଟକଣା ସହ ବିନା ଭକ୍ତରେ ହେବ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା

ଆରଡି : ଆସନ୍ତା ମେ ୧୫ରୁ ଅର୍ଥାତ ଅକ୍ଷୟତୃତୀୟା ଠାରୁ ଆରମ୍ଭ ହେବ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା। ଏହିଯାତ୍ରା ୨୧ଦିନ ଧରି ଚାଲିବ। ହେଲେ ମହାମାରୀ କରୋନାର ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ବିନା ଭକ୍ତରେ କୋଭିଡ କଟକଣା ମଧ୍ୟରେ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା ନୀତି ସମ୍ପନ୍ନ କରିବା ପାଇଁ ଉଭୟ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଶିବଗଙ୍ଗା ପୁଷ୍କରିଣୀରେ ଚାପନୀତି କରାନଯାଇ ମନ୍ଦିର ଭିତରବେଢାରେ ସୀମିତ ସେବାୟତଙ୍କ ମଧ୍ୟରେ ସମ୍ପନ୍ନ କରାଯିବ ସମସ୍ତ ଚାପ ନୀତିକାନାତୀ। ଏପରି ସୂଚନା ଦେଇଛନ୍ତି ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ଟ୍ରଷ୍ଟି ପିତାମ୍ବର ସାମଲ । ଚନ୍ଦନଯାତ୍ରା ପ୍ରାରମ୍ଭରୁ ସମାପନ ଦିବସ ପର୍ଯ୍ୟନ୍ତ ପ୍ରତିଦିନ ଭୋର ୪ଟାରେ ମନ୍ଦିର ଦ୍ବାରଫିଟା ନୀତି ସହ ମଙ୍ଗଳ ଆଳତୀ, ଜଳାଭିଷେକ, ଘର୍ଷଣଲାଗି, ପହଡଖିଆନୀତି, ବଡ ଅନ୍ନନୀତିଭୋଗ ଲାଗି ହେବା ପରେ ମଣିବାବାଙ୍କ ଚଳନ୍ତୀପ୍ରତିମା ଚନ୍ଦ୍ରଶେଖରଙ୍କୁ ଭିତର ବେଢାର ଯଜ୍ଞମଣ୍ଡପକୁ ବିଜେ କରାଯିବ। ପରେ ରୀତିନୀତି ଅନୁଯାୟୀ ଚାପନୀତି କରାଯିବ ବୋଲି ସ୍ଥିର ହୋଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories