www.samajalive.in
Monday, December 8, 2025
27.1 C
Bhubaneswar

ଚରମ୍ପା ସ୍କୁଲ ରୋଡରେ ବୋମାମାଡ଼, ଜଣେ ଗୁରୁତର

ଭଦ୍ରକ: ଚରମ୍ପା ସ୍କୁଲ ରୋଡ ପୂଜା ମଣ୍ଡପ ନିକଟରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ବୋମା ଫିଙ୍ଗିଥିଲେ ଦୁର୍ବୁତ୍ତ।ବୋମାମାଡ଼ରେ ଜଣେ ଗୁରୁତର ଓ ଅନ୍ୟ ଜଣେ ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଥିଲା। ପ୍ରାଥମିକ ତଦନ୍ତରୁ ଜଣେ ଯୁବକ ଏହି ବୋମାମାଡ଼ କରିଥିବା ପୁଲିସ ଜାଣିବାକୁ ପାଇଥିଲା। ବିଭିନ୍ନ ସ୍ଥାନରେ ଚଢ଼ାଉ ପରେ ବୋମାମାଡ଼ କରିଥିବା ଯୁବକଙ୍କୁ ଧରିବାରେ ସଫଳ ହୋଇଥିଲା ଟାଉନ ଥାନା ପୁଲିସ। ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ପୁଲିସ ସୂଚନା ଦେଇଛି।।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories