ଭଦ୍ରକ: ଭଦ୍ରକ ତିହିଡି କାଁପଡାରେ ଅଭାବନୀୟ ଘଟଣା ଘଟିଛି। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ବୋମାମାଡ ସହ ଗଣ୍ଡଗୋଳରେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ୪ ଜଣଙ୍କୁ ତିହିଡି ଏବଂ ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଘଟଣାକୁ ନେଇ ଗାଁରେ ଚାପା ଉତ୍ତେଜନା ଜାରି ରହିଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି। ରାଜନୈତିକ ଶତ୍ରୁତାରୁ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି।
Popular Categories



