www.samajalive.in
Monday, December 8, 2025
27.1 C
Bhubaneswar

ମହିଳା ଓ ଶିଶୁଙ୍କୁ ମାଡ଼ ଘଟଣା: ଭଦ୍ରକ ଏସ୍‌ପିଙ୍କୁ ରିପୋର୍ଟ ତଲବ

ଭଦ୍ରକ : ଚାନ୍ଦବାଲି ଥାନା ପୁଲିସ ମହିଳା ଓ ଶିଶୁଙ୍କୁ ମାଡ଼ ମାରିବା ଘଟଣାରେ ରାଜ୍ୟ ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି) ଭଦ୍ରକ ଏସ୍‌ପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ଆସନ୍ତା ଜୁଲାଇ ୩୦ ସୁଦ୍ଧା ରିପୋର୍ଟ ଦେବାକୁ ଆୟୋଗ ନିର୍ଦେଶ ଦେଇଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ କରିବା ସହ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛ, ତାହା ଜଣାଇବାକୁ ରିପୋର୍ଟରେ କୁହାଯାଇଛି। ଏହି ଘଟଣା ପଦାକୁ ଆସିବା ପରେ ମାନବାଧିକାରକର୍ମୀ ପ୍ରଦୀପ୍ତ କୁମାର ନାୟକ ଓଏଚ୍ଆରସିଙ୍କ ନିକଟରେ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗକୁ ଆଧାର କରି ଆୟୋଗ ଏହି ନିର୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହି ଘଟଣାରେ ୨ ପୁଲିସ କର୍ମଚାରୀଙ୍କୁ ନିଲମ୍ୱିତ କରାଯାଇଛି। ସୂଚନାଯୋଗ୍ୟ, ଭଦ୍ରକ ଜିଲା ଚାନ୍ଦବାଲି ଥାନା ସମ୍ମୁଖରେ ଗତ ୨୫ ତାରିଖ ସନ୍ଧ୍ୟାରେ ମହିଳାଙ୍କୁ ଘୋଷାଡ଼ି ନେଇଥିବା ଜଣେ କନ‌େ‌ଷ୍ଟବଳ, ଜଣେ ଏଏସ୍‌ଆଇ ଏବଂ ଜଣେ ଗୃହରକ୍ଷୀଙ୍କୁ ଜିଲା ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲା। ମହିଳା ପୁଲିସ କର୍ମଚାରୀଙ୍କ ବଦଳରେ ପୁରୁଷ କର୍ମଚାରୀ ତାଙ୍କୁ ଘୋଷାଡ଼ି ନେଉଥିବା ଭିଡ଼ିଓ ପ୍ରଘଟ ହେବା ପରେ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହି ଘଟଣାରେ ଚାନ୍ଦବାଲି ଥାନାରେ ଦୁଇଟି ମାମଲା ରୁଜୁ ହୋଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories