www.samajalive.in
Saturday, December 6, 2025
26.1 C
Bhubaneswar

ନଦୀରେ ବୁଡ଼ି ୩ ଛାତ୍ର ମୃତ, ଜଣେ ଉଦ୍ଧାର 

ଭଦ୍ରକ: ୪ ଜଣ ଛାତ୍ର ସାଙ୍ଗ ହୋଇ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। କିନ୍ତୁ ବିଧିର ବିଧାନ ଥିଲା କିଛି ଅଲଗା। ଗାଧୋଇବା ବେଳେ ସମସ୍ତ ୪ ଜଣ ଛାତ୍ର କୌଣସି କାରଣରୁ ବୁଡ଼ିଗଲେ। ଏହିପରି ଅଘଟଣ ଘଟିଛି ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ନାଳିଆ ନଦୀରେ। ଏନେଇ ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ସେଠାରେ ୩ ଜଣ ଛାତ୍ରଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ମୃତକ ହେଉଛନ୍ତି ପ୍ରଣୟ ଲେଙ୍କା, ସ୍ମୃତି ରଞ୍ଜନ ସ୍ୱାଇଁ ଓ ରଜତ ଜେନା । ସମସ୍ତେ ଚରମ୍ପା ମହାବିଦ୍ୟାଳୟର ଛାତ୍ର ବୋଲି ସୂଚନା ମିଳିଛି। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଲାଙ୍ଗୁଡ଼ି ଅଞ୍ଚଳରେ ଘଟିଛି ଏପରି ଅଘଟଣ।

ସୂଚନା ଅନୁଯାୟୀ, ଗ୍ରାମାଞ୍ଚଳ ଥାନା ଅଧିନ ଲାଙ୍ଗୁଡ଼ି ଅଞ୍ଚଳର ୪ ଜଣ ସାଙ୍ଗ ଗାଧୋଇବା ବେଳେ ବୁଡି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଉଦ୍ଧାର ହୋଇଥିବା ବେଳେ ୩ ଜଣ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ମେଡିକାଲକୁ ଆଣିଥିବା ବେଳେ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଅପରପକ୍ଷେ, ଭଦ୍ରକ ବିଧାୟକ ଓ ବ୍ଲକ ଅଧ୍ୟକ୍ଷା ମେଡିକାଲରେ ପହଞ୍ଚିଥିବା ଜଣାପଡ଼ିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories