www.samajalive.in
Saturday, December 6, 2025
26.1 C
Bhubaneswar

ପତ୍ନୀ ଓ ପୁଅକୁ ହତ୍ୟା , ଅଭିଯୁକ୍ତ ଗିରଫ

ଭଦ୍ରକ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡିଆରେ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ମଦ ପିଇ ୫ବର୍ଷର ପୁଅ ଓ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଛନ୍ତି ଉମେଶ ନାୟକ। ସୂଚନା ଅନୁସାରେ, ଉମେଶ ନାୟକ ଅତ୍ୟଧିକ ମଦ ପିଇ ନିଜ ପୁଅ ଏବଂ ପତ୍ନୀଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ କାଞ୍ଚନ ନାୟକ ଓ ତାଙ୍କ ପୁଅ ଉତ୍କଳ। ଅଭିଯୁକ୍ତ ବାପା ଉମେଶ ନାୟକଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି। ବନ୍ତ ଅଞ୍ଚଳର ଉମେଶ କୁଶଗଡିଆ ଗ୍ରାମରେ ନିଜ ପୁଅ ଓ ସ୍ତ୍ରୀ ସହିତ ୩ବର୍ଷ ଧରି ଭଡ଼ାରେ ରହୁଥିଲେ। ବିଭିନ୍ନ ସମୟ ଉମେଶ ମଦ ପିଇ ଘରକୁ ଆସି ନିଜ ସ୍ତ୍ରୀକୁ ମାଡ଼ ମାରିଥାନ୍ତି। ଫଳରେ ଏହାକୁ ନେଇ ପାରିବାରିକ ଅଶାନ୍ତି ଲାଗି ରହିଥାଏ। ଗତକାଲି ବିଳମ୍ବିତ ରାତିରେ ଉମେଶ ମଦ ପିଇ ଘରକୁ ଫେରି ପ୍ରଥମେ ପୁଅର ତଣ୍ଟିଚିପି ହତ୍ୟା କରିଥିଲେ। ପୁଅର ଚିତ୍କାର ଶୁଣି ଉମେଶଙ୍କ ସ୍ତ୍ରୀର ନିଦ ଭାଙ୍ଗି ଯାଇଥିଲା। ଏନେଇ ସେ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଉମେଶ ଛାଡ଼ି ନଥିଲେ। ତାଙ୍କୁ ମଧ୍ୟ ତଣ୍ଟିଚିପି ହତ୍ୟା କରିଥିଲେ। ହତ୍ୟା ପରେ ଉମେଶ ଫେରାର ହୋଇଯାଇଥିଲେ। ଏପରିକି ଗାଁ ପାଖ ଏକ ଗଛ ଉପରେ ଚଢି ଉମେଶ ଲୁଚିକି ବସିଥିଲେ। ଆଜି ସକାଳେ ଗ୍ରାମବାସୀ ଘଟଣାସମ୍ପର୍କରେ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଉମେଶଙ୍କୁ ନିଜ ହେପାଜତକୁ ନେଇ ଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ଅଧିକ ତଦନ୍ତ କରୁଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories