ସମାଜ ଡିଜିଟାଲ ଡେସ୍କ: ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।
Popular Categories



