www.samajalive.in
Saturday, December 6, 2025
17.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୧ ମୃତ , ୩ ଗୁରୁତର

ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା ରେଲୱେ ଓଭର ବ୍ରିଜ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଛିଡ଼ା ହୋଇଥିବା କଣ୍ଟେନରକୁ ଏକ କାର ପଛପଟୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି।୩ ଗୁରୁତରଙ୍କୁ ପ୍ରଥମେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ପରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନା ଯୋଗ୍ୟ, ଉକ୍ତ କାରରେ ୪ ଜଣ ଯାଉଥିବା ବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ୩ ଜଣ ଗୁରୁତର ହୋଇଥିଲେ। କାର ଯୋଗେ ଉକ୍ତ ୪ ଜଣ ଭଦ୍ରକରୁ ବାସୁଦେବପୁର ଫେରୁଥିଲେ। ସେହି ସମୟରେ ଚରମ୍ପା ରେଲୱେ ଓଭର ବ୍ରିଜ ନିକଟରେ ଠିଆ ହୋଇଥିବା କଣ୍ଟେନରକୁ କାରଟି ଦେବାରୁ କାରରେ ଥିବା ୪ ଜଣ ଗାଡ଼ି ଭିତରେ ଚାପି ହୋଇଥିଲେ। ସ୍ଥାନୀୟଲୋକେ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗ୍ୟାସ କଟରରେ କାରକୁ କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories