www.samajalive.in
Saturday, December 6, 2025
19.1 C
Bhubaneswar

ବିଶିଷ୍ଟ ସମାଜସେବୀ ଭାଗବତ ନନ୍ଦଙ୍କ ବିୟୋଗରେ ଶୋକ 

ରେଙ୍ଗାଲି: ବିଶିଷ୍ଟ ସମାଜସେବୀ ତଥା ବରିଷ୍ଠ ସାମ୍ବାଦିକ ଭାଗବତ ପ୍ରସାଦ ନନ୍ଦଙ୍କ ବିୟୋଗରେ ରେଙ୍ଗାଲି ସାମ୍ବାଦିକ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ସଂଘର ସଭାପତି ହରିହର ନାଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ସ୍ବର୍ଗତ ନନ୍ଦଙ୍କ ଅମର ଆତ୍ମାର ସଦଗତି କାମନା କରି ଦୁଇ ମିନଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ସଂଘର ସମ୍ପାଦକ ଶିଶିର କୁମାର ସାହୁ, ଉପ-ସଭାପତି ବିଶ୍ଵନାଥ ପଟେଲ,କୋଷାଧ୍ୟକ୍ଷ ହିମାଂଶୁ ଶେଖର ମିଶ୍ର, ସହ-ସମ୍ପାଦକ ନରେଶ ମାହାଣା, ସୁବ୍ରତ ପାଢି ନନ୍ଦଲାଲ ବିଶ୍ବାଳ, ନିଲାଞ୍ଚଳ ତିଓରି, ଦେବବ୍ରତ ପଣ୍ଡା,ପରଦେଶୀ ମିର୍ଦ୍ଧା, ଦୟା ସାଗର ଧର ପ୍ରମୁଖ ଯୋଗଦେଇ ସ୍ବର୍ଗତ ନନ୍ଦଙ୍କ ବ୍ୟକ୍ତିତ୍ବ ଏବଂ ସମାଜସେବୀ କାର୍ୟ୍ୟକଳାପର ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହା ସହିତ ଶୋକ ସନ୍ତପ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories