www.samajalive.in
Tuesday, December 9, 2025
16.1 C
Bhubaneswar

ଭଜନଲାଲ ଶର୍ମା ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ, ବାଚସ୍ପତି ହେବେ ବାସୁଦେବ ଦେବନାନୀ

ଜୟପୁର:ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମା ହେବେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ। ପ୍ରଥମଥର ସାଙ୍ଗନୌର ଆସନରୁ ବିଜୟୀ ହୋଇଥିବା ଭଜନଲାଲ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ବିଜେପି ମୋହର ମାରିଛି। ଜୟପୁରରେ ମଙ୍ଗଳବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ଭଜନ ଲାଲ ଶର୍ମାଙ୍କ ନାମକୁ ଅନୁମୋଦନ ମିଳିଛି।

ସେହିପରି ଛତିଶଗଡ଼ ଓ ମଧ୍ୟ ପ୍ରଦେଶ ଭଳି ରାଜସ୍ଥାନରେ ମଧ୍ୟ ଦିୟା କୁମାରୀ ଓ ପ୍ରେମଚାନ୍ଦ ବୈରୱାଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରାଯାଇଛି। ଅପରରପକ୍ଷରେ ବିଧାୟକ ବାସୁଦେବ ଦେବନାନୀ ବାଚସ୍ପତି ହେବେ ବୋଲି ବିଜେପି ନିଷ୍ପତ୍ତି ନେଇଛି।

- Advertisement -

ସାଙ୍ଗାନେର ବିଧାନସଭା ଆସନରୁ ବିଜୟୀ ହୋଇଥିବା ଭଜନଲାଲ ଶର୍ମା କଂଗ୍ରେସର ପୁଷ୍ପେନ୍ଦ୍ର ଭରଦ୍ୱାଜଙ୍କୁ ୪୮,୦୮୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ତାଙ୍କୁ ୧,୪୫,୧୬୨ ଖଣ୍ଡ ଭୋଟ୍ ମିଳିଥିଲା। ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସାଧାରଣ ସଂପାଦକ ଥିବାବେଳେ ସେ ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ୱ କରୁଛନ୍ତି। ଭଜନଲାଲ ୪ ଥର ରାଜ୍ୟ ବିଜେପିର ସାଧାରଣ ସଂପାଦକ ହୋଇଥିବାବେଳେ ଆରଏସ୍‌ଏସ୍‌ ଓ ଏବିଭିପି ସହିତ ମଧ୍ୟ ଜଡ଼ିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories