www.samajalive.in
Monday, December 15, 2025
27.1 C
Bhubaneswar

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭକ୍ତକବି ମଧୁସୂଦନ ରାଓଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ଭୁବନେଶ୍ୱର:  ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଭକ୍ତକବି ମଧୁସୂଦନ ରାଓଙ୍କ ୧୧୧ତମ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଆଜି ପ୍ରତୁ୍ୟଷରେ ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ନିକଟସ୍ଥ ପ୍ରତିମୂର୍ତ୍ତିସ୍ଥଳିରେ ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲକ୍ଷ୍ମୀଧର ବେହେରା ସଂଯୋଜନା କରିଥିବାବେଳେ ଗାୟକ ଆହ୍ଲାଦ ସୁରେନ୍ଦ୍ରନାଥ ଛୋଟରାୟ ପ୍ରାରମ୍ଭିକ ବନ୍ଦନା ଗାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଉପନିର୍ଦେଶକ ଦେବାନନ୍ଦ ବରିହା, ପ୍ରବୀର ମହାନ୍ତି, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜାଶଙ୍କର ମହାପାତ୍ର, ଅଜିତ ସାହୁ, ଅମୂଲ୍ୟ ସ୍ୱାଇଁ, ଗାୟକ ଦୁଷ୍ମନ୍ତ ବେହେରା, ଅଜିତ ସାହୁ, ହରପ୍ରିୟା ପଟ୍ଟଯୋଶୀ, ଲିପକ୍‌ ମହାନ୍ତି, ନିରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ ସହ ଦୀପଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

- Advertisement -

ବକ୍ତାମାନେ ନିଜ ବକ୍ତବ୍ୟରେ ଭକ୍ତକବିଙ୍କ ରଚିତ ମଧୁ ବର୍ଣ୍ଣବୋଧ ଓଡିଆ ଭାଷା ଶିକ୍ଷାରେ ସବୁ ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ଓ କରୁଥିବ ବୋଲି ମତବ୍ୟକ୍ତ କରିଥିଲେ । ତାଙ୍କ ରଚନାରେ ଭକ୍ତିଭାବ ସହ ସାମାଜିକ ସଂସ୍କାରର ବାର୍ତ୍ତା ରହିଛି ବୋଲି ମତ ଦେଇଥିଲେ । ସହକାରୀ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

Related Articles

Popular Categories