ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଭଞ୍ଜନଗର ସୋରଡା ଥାନା ଅନ୍ତର୍ଗତ ଅମୃତୁଲ ଗାଁରେ ଅଭାବନୀୟ ଘଟଣା ଘଟିଛି। ୨ ଭାଇଙ୍କୁ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଦୁଇ ଭାଇଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବଡ ଭାଇର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



