www.samajalive.in
Saturday, December 6, 2025
15.1 C
Bhubaneswar

୩ ବାଇକ ମୁହାଁମୁହିଁ, ୨ ମୃତ

ଭଞ୍ଜନଗର: ପୁଣି ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ଜଣଙ୍କ ଜୀବନ। ଆଜି ସୋରଡ଼ା ଥାନା ଲାଠିପଦା ଗାଁରେ ସିରିଜ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯାଇଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ସୋରଡ଼ା ଥାନା ଅନ୍ତର୍ଗତ ଲାଠିପଦା ଗାଁରେ ୩ଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୫ଜଣ ବାଇକ ଆରୋହୀ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ସମସ୍ତଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ମେଡ଼ିକାଲ ପଠାଇଥିଲା। ଜଣେ ସୋରଡ଼ା ମେଡ଼ିକାଲରେ ଏବଂ ଆଉ ଜଣଙ୍କ ମୃତ୍ୟୁ ଭଞ୍ଜନଗର ମେଡ଼ିକାଲରେ ହୋଇଛି।

- Advertisement -

ଦୁର୍ଘଟଣାରେ ୩ ଗୁରୁତରଙ୍କୁ ଚିକିତ୍ସା ପାଇଁ ସୋରଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଏହି ଘଟଣାରେ ଏକ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories