www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଭାରତ ବନ୍ଦ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହା ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ସକାଳୁ ସକାଳୁ ବିଭିନ୍ନ କୃଷକ ସଂଗଠନ, ବାମ ଦଳ ଓ କଂଗ୍ରେସର କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ମାଷ୍ଟରକ୍ୟାଣ୍ଟିନ,ମାର୍କେଟ ବିଲଡିଂ, ପେଟ୍ରୋଲ ପମ୍ପ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସେହିଭଳି ବଲାଙ୍ଗୀର, ରାଉରକେଲା ଆଦି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରାସ୍ତାଘାଟରେ ବିଭିନ୍ନ ସ୍ଥାନରେ ଅଖଚକ ବନ୍ଦ ରଖାଯାଇଛି। ଦୋକାନ ବଜାର ବନ୍ଦ ରହିବା ସହ ଅତ୍ୟାବଶ୍ୟକ ସେବାକୁ ଏଥିରୁ ବାଦ ଦିଆଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories