ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ ; ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭେଟେରାନ ,ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ସମ୍ମାନରେ ମଣ୍ଡିତ ହେବାକୁ ଯାଉଛନ୍ତି। ଏନେଇ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଲାଲକୃଷ୍ଣ ଆଡଭାନୀ ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା।ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ‘ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ‘ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ’।


ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା । ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି । ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି ।

Comments are closed.