ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ବୃଦ୍ଧି
ଭୁବନେଶ୍ବର: ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ୩୧ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୨୨ ନଭେମ୍ବର ୨୦୨୪ରେ ସରୁଥିଲା ତଦନ୍ତ କମିଶନଙ୍କ କାର୍ଯ୍ୟକାଳ। ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାର ତଦନ୍ତ କରୁଛନ୍ତି କମିଶନ।
Comments are closed.