www.samajalive.in
Saturday, December 6, 2025
16.1 C
Bhubaneswar

ଭରତପୁର ଥାନା ଘଟଣା: ତଦନ୍ତ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ବର : ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ତଦନ୍ତ ଆୟୋଗଙ୍କ ପକ୍ଷରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଘଟଣା ସମ୍ପର୍କରେ ଯିଏ ଜାଣିଥିବେ ବା କହିବାକୁ ଚାହୁଁଥିବେ, ସେମାନେ ସତ୍ୟପାଠ ଆକାରରେ ଦେଇ ପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଜଷ୍ଟିସ୍ ଚିତ୍ତରଞ୍ଜନ ଦାଶ ଏହି ମାମଲାର ତଦନ୍ତ କରୁଛନ୍ତି। ଯେକୌଣସି ବ୍ୟକ୍ତି ଏହି ମାମଲା ସମ୍ପର୍କରେ ପ୍ରତ୍ୟକ୍ଷ କିମ୍ୱା ପରୋକ୍ଷରେ ଅବଗତ ଅଛନ୍ତି, ସେମାନେ ସତ୍ୟପାଠ ଦାଖଲ କରିପାରିବେ। ସେହିପରି ସଚେତନ ନାଗରିକ, ପୂର୍ବତନ ପୁଲିସ ଅଧିକାରୀ, ଆଇନଜୀବୀ ପ୍ରମୁଖ କିଭଳି ଏଭଳି ଘଟଣାର ଆଗକୁ ପୁନରାବୃତ୍ତି ନହେବ ଏବଂ ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ସୁନିଶ୍ଚିତ କରି ହେବ ସେନେଇ ସତ୍ୟପାଠ ଜରିଆରେ ମତାମତ ଦେଇପାରିବେ। ଏହି ପ୍ରକ୍ରିୟା ୨୧ ଦିନ ପର୍ଯ୍ୟନ୍ତ ଜାରି ରହିବ। ବିବୃତି ଓ ମତାମତ ଗ୍ରହଣ ପାଇଁ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଆୟୋଗଙ୍କ କାର୍ଯ୍ୟାଳୟ ଫୋନ୍ ନମ୍ୱରରେ ଯୋଗାଯୋଗ କରି ହେବ। ସେହିପରି ସତ୍ୟପାଠ ଦ୍ୱାରା ବିବୃତି ଓ ମତାମତ ଗ୍ରହଣ ପାଇଁ ଆୟୋଗଙ୍କ କାର୍ଯ୍ୟାଳୟ ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦେଶ ଦେଇଥିଲେ।
ଏହି ଘଟଣାରେ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଉକ୍ତ କର୍ମଚାରୀଙ୍କ ପଲିଗ୍ରାଫ ପରୀକ୍ଷା ହୋଇଛି। ଅନ୍ୟପଟେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories