www.samajalive.in
Monday, December 15, 2025
15.1 C
Bhubaneswar

ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା  ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ  କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଲ୍ଲିକ ,ବାଲିଗୁଡା ବ୍ଲକ ଉପାଧ୍ୟାକ୍ଷା ମିଷାବତୀ ମଲ୍ଲିକ ,ଏନଏସି ଅଧକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ,ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ଧିରଜ ପାତ୍ର ,ଉପଖଣ୍ଡ ସମାଜ ମଙ୍ଗଲ ଅଧିକାରୀ ମାମିତ କୁମାରୀ ପ୍ରଧାନ ,ବ୍ଲକ ସମାଜ ମଙ୍ଗଲ ଅଧିକାରୀ ଦିନେଶ କୁମାର କହଁର ,ପ୍ରମୁଖ ଉପସ୍ଥିତ ରହି ଯେଉଁ ସମାଜରେ ବରିଷ୍ଠ ନାଗରିକ, ଭିନ୍ନକ୍ଷମ ଓ ଅସହାୟ ବ୍ୟକ୍ତିଙ୍କୁ ସମ୍ମାନ ଓ ଆଦର ଦିଆଯାଏ, ସେହି ସମାଜ ହେଉଛି ଏକ ଆଦର୍ଶ ସମାଜ ବୋଲି କହିଥିଲେ । ଏ ମାନଙ୍କ ପ୍ରତି ସମାଜ ସମ୍ବେଦନଶୀଳ ହେବା ଆବଶ୍ୟକ । ବରିଷ୍ଠ ନାଗରିକ ମାନେ ହେଉଛନ୍ତି ଆମ ଆସ୍ଥା ଓ ବିଶ୍ୱାସର ମନ୍ଦିର । ରାଷ୍ଟ୍ରୀୟ ସାମାଜିକ କାର୍ଯ୍ୟକ୍ରମର ହିତାଧିକାରୀ ହୁଅନ୍ତୁ ବା ମଧୁବାବୁ ପେନସନ ହିତାଧିକାରୀ, ସମସ୍ତେ ଏହି ବର୍ଦ୍ଧିତ ପେନସନ ପାଇବେ । ୮୦ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ ୩୫୦୦ ଟଙ୍କା ପେନସନ ପାଇବେ । ପୂର୍ବରୁ ସେମାନେ ୧୨୦୦ ଟଙ୍କା ପେନସନ ପାଉଥିବା ବେଳେ ଏଥିରେ ୨୩୦୦ଟଙ୍କା ବୃଦ୍ଧି କରାଯାଇ ୩୫୦୦ ଟଙ୍କା କରାଯାଇଛି । ବାଲିଗୁଡା ବ୍ଲକର ଇନ୍ଦିରା ଗାନ୍ଧୀ ବାର୍ଦ୍ଧକ୍ୟ ଭତ୍ତା ୯୮ ଜଣ ଭିନ୍ନକ୍ଷମ ଭତ୍ତା ଯୋଜନାରେ ୨୨ ଜଣ ଉପକୃତ ହେବେ ସେହିପରି ମଧୁବାବୁ ପେନସନ ବାର୍ଦ୍ଧକ୍ୟ ଭତ୍ତା ୧୬୪ ଜଣ ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ୩୮ ଜଣ ଉପକୃତ ହେବେ ବୋଲି ସମାଜ ମଙ୍ଗଳ ଅଧିକାରୀ ଦିନେଶ କହଁର କହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories