www.samajalive.in
Monday, December 15, 2025
26.1 C
Bhubaneswar

ଆଜି ଉପବାଚସ୍ପତି ନିର୍ବାଚନ : ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ହେବେ ଉପବାଚସ୍ପତି

ଭୁବନେଶ୍ୱର : ଶାସକ ବିଜେପି ପକ୍ଷରୁ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଉପବାଚସ୍ପତି ପାଇଁ ବିଧାୟକ ଶ୍ରୀ ଭୋଇଙ୍କ ନାମ ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଶ୍ରୀ ଭୋଇ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପରାସ୍ତ କରିଥିବା ବେଳେ ୨୦୨୪ରେ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପରାସ୍ତ କରିଥିଲେ। ଦୁଇଥର ବିଧାୟକ ହୋଇଥିବାରୁ ବିଧାନସଭା ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ଯେଉଁଥିପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ବିଜେପିର ବହୁ ବିଧାୟକ ଉପସ୍ଥିତ ଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories