www.samajalive.in
Saturday, December 6, 2025
16.1 C
Bhubaneswar

ଆଖି ବୁଜିଲେ ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ଭୁବନେଶ୍ବର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଆଉ ନାହାନ୍ତି । ୩ ଦିନ ତଳେ ନିଜର ୯୯ତମ ଜନ୍ମଦିବସ ପାଳନ କରିଥିବା ଭବାନୀଚରଣ ପଟ୍ଟନାୟକ ଆଜି କ୍ୟାପିଟାଲ ହସପିଟାଲରେ ଆଖି ବୁଜିଛନ୍ତି । ଦୁଇଦିନ ହେଲା ସେ ସାମାନ୍ୟ ଅସୁସ୍ଥ ଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଟିକିଏ ଅବନତି ଘଟିବାରୁ ତାଙ୍କୁ ଆମ୍ବୁଲାନ୍ସରେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି ।

ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ। ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ। ପ୍ରବାଦ ପୁରୁଷ ବିଜୁପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । 

- Advertisement -

କିଛିଦିନ ତଳେ ସେ ତାଙ୍କର ମୃତ୍ୟୁ ପରେ ଶରୀର ଦାନ କରିବାକୁ ଇଚ୍ଛାବ୍ୟକ୍ତ କରିଥିଲେ । ଗତ ସୋମବାର ତାଙ୍କର ୯୯ ତମ ଜନ୍ମ ଦିବସ ଅବସରରେ  ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ  ସମୀର ରଂଜନ ଦାଶ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା  ଜଣାଇବା ଯିବା ପରିପ୍ରେକ୍ଷୀରେ ସେ ଏଥିନେଇ ଇଚ୍ଛାପ୍ରକାଶ କରିଥିଲେ ।

ଭବାନୀଚରଣଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ଲୋକସେବକମଣ୍ଡଳର ରାଷ୍ଟ୍ରୀୟ ସଭାପତି ତଥା ‘ସମାଜ’ ପରିଚାଳନା କମିଟି ଅଧ୍ୟକ୍ଷ ଦୀପକ ମାଲବ୍ୟ ମଧ୍ୟ ଶୋକବ୍ୟକ୍ତ କରି ଓଡ଼ିଶା ଜଣେ ସୁପୁତ୍ରଙ୍କୁ ହରାଇଲା ବୋଲି କହିଛନ୍ତି ।

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories