www.samajalive.in
Sunday, December 7, 2025
18.1 C
Bhubaneswar

ଗଦା ଦୋକାନରେ ନିଆଁ

ଭବାନୀପାଟଣା: ସ୍ଥାନୀୟ ଘୋଡାଘାଟ ଛକର ଏକ ଗଦା, ରେଜେଇ ଦୋକାନରେ ଗୁରୁବାର ଦିନ ପ୍ରାୟ ୧୦ଟା ୩୦ ସମୟରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ଆକସ୍ମିକ ନିଆଁ ଯୋଗୁଁଁ ମହମ୍ମଦ ଭୋଲାଙ୍କ ଗଦା ଦୋକାନ ସହିତ ପ୍ରଦୀପ ତାଣ୍ଡିଙ୍କ ପନିପରିବା ଦୋକାନ କ୍ଷତିଗ୍ରସ୍ତ ହୋଇଛି। ପାଖରେ ଥିବା ଏକ ଡେଲିନିଡ୍ସ ଦୋକାନ, ଫାଷ୍ଟ ଫୁଡ୍ ଦୋକାନ, ଏକ କାଠ ତିଆରି ମୂର୍ତ୍ତି ଦୋକାନ ଅଳ୍ପକେ ରକ୍ଷା ପାଇଛି। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି। ବ୍ୟସ୍ତ ବହୁଳ ଘୋଡ଼ାଘାଟ ଛକ ଉପରେ ନିଆଁ ଲାଗିବା ଏବଂ ଶତାଧିକ ଲୋକ ମୋବାଇଲରେ ଫଟୋ ଉଠାଇବାକୁ କେନ୍ଦ୍ରକରି ଟ୍ରାଫିକ ସମସ୍ୟା ଦେଖାଦେଇଥିଲା। ଏଣୁ ଟ୍ରାଫିକ ବ୍ୟବସ୍ଥା ସୁଧାରିବାକୁ ପୁଲିସକୁ ନାକେଦମ ହେବାକୁ ପଡ଼ିଥିଲା।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories