www.samajalive.in
Sunday, December 7, 2025
14.1 C
Bhubaneswar

ଟ୍ରକ୍ ଧକ୍କାରେ ଯୁବକ ମୃତ

ଭବାନୀପାଟଣା: ସ୍ଥାନୀୟ ଇରିଗେଶନ କଲୋନୀ ଛକ ନିକଟରେ ମଙ୍ଗଳବାର ଭୋର ସମୟରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ସ୍ଥାନୀୟ ଇରିଗେଶନ କଲୋନୀ ଛକର କାଳିଆ ସତନାମିଙ୍କ ପୁଅ ଶତ୍ରୁଘ୍ନ ସତନାମି ବୋଲି ଜଣାପଡ଼ିଛି। ଆଜି ଭୋର ପ୍ରାୟ ୪.୩୦ ସମୟରେ କଲେଜ ଛକ ଆଡୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ୍ ଭୁଲ ରାସ୍ତାରେ ଆସି ଶତ୍ରୁଘ୍ନଙ୍କୁ ଧକ୍କା ଦେଇଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଟ୍ରକ୍ ଧକ୍କାରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି। ଟାଉନ୍ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories