www.samajalive.in
Sunday, December 14, 2025
26.1 C
Bhubaneswar

ଖବର ସଂଗ୍ରହ କରିବାକୁ ଯାଇ ମାଓବାଦୀଙ୍କ ଲାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ

ଭବାନୀପାଟଣା: ଖବର ସଂଗ୍ରହ କରିବାକୁ ଯାଇ ମାଓବାଦୀଙ୍କ ଲାଣ୍ଡ ମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ। ଏଭଳି ଆଜି ଏକ ହୃଦୟ ବିଦରକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାର ମାଓ ଅଧ୍ୟୁଷିତ ମଦନପୁର ରାମପୁର ଅଞ୍ଚଳରେ। ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରି ଯୁବ ସାମ୍ବାଦିକର ରୋହିତ ବିଶ୍ୱାଳ ଆଜି ମାଓବାଦୀମାନେ ଦୁଲେନ କରଲାର୍ଖୁଣ୍ଟା ବ୍ରିଜରେ ମାଓବାଦୀଙ୍କ ପୋଷ୍ଟର ଲାଗିଥିବା ଖବର ପାଇ ଘଟଣାସ୍ଥଳକୁ ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ବିସ୍ପୋରଣ ହୋଇଥିଲା। ଏଥିରେ ମୁହଁ ଓ ହାତ ଗୋଡ଼ ତଥା ଶରୀରରେ ଆହତ ହେବା ସହ ବାଇକ ଛିଟିକି ପଡି ଘଟଣା ସ୍ଥଳରେ ହିଁ ମୃତ୍ୟୁବରଣ କରିଥିବା ଅନୁମାନ କରାଯାଇଛି।

ଘଟଣା ସ୍ଥଳରେ ବର୍ତ୍ତମାନ ସିଆରପିଏଫ ଓ ପୋଲିସ ଛାଉଣୀ କରାଯାଇଛି। କଳାହାଣ୍ଡି ତଥା ରାଜ୍ୟରେ ବିପଦ ପୂର୍ଣ୍ଣ ଭାବେ ସାମ୍ବାଦିକତା କରୁଥିବା ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁବରଣ କରିବା ଏହା ପ୍ରଥମ ମୃତ୍ୟୁ।

- Advertisement -

ସୂଚନା ଯୋଗ୍ୟ ଯେ ମାଓବାଦୀ ମାନେ ଆଜି ଏହି ସ୍ଥାନରେ ଭୋଟ ବର୍ଜନ କରିବାକୁ ପୋଷ୍ଟର ମାରିଥିଲେ। ଏଠି କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସୀମାନ୍ତ ଅଞ୍ଚଳରେ ଥିବା ପୋଲିସ ସିଆରପିଏଫ କ୍ୟାମ୍ପକୁ ତୁରନ୍ତ ଉଠାଇବା ଦାବି କରିଛନ୍ତି। ଆସନ୍ତା ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ଆହ୍ଵାନ ଦେଇଛନ୍ତି। ଏହି ପୋଷ୍ଟରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କେକେବିଏନ ଡିଭିଜନ ବୋଲି ଉଲ୍ଲେଖ ରହିଛି। ତେବେ ମାଓବାଦୀ ତାଙ୍କର ସ୍ଥିତି ଜାହିର ରଖିଥିବା ଏଥିରୁ ସ୍ପଷ୍ଟ ଜଣାଯାଇଛି। ଘଟଣା ସମ୍ପର୍କରେ କଳାହାଣ୍ଡି ଏସପି ଡ. ଶ୍ରବଣ ବିବେକ ଏମ୍ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ତଥ୍ୟ ରଖିବେ ବୋଲି ଏସପି କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories