www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ-ଅଟୋ ମୁହାଁମୁହିଁ ଧକ୍କା: ୨ ମୃତ, ୭ ଆହତ

ଭବାନୀପାଟଣା: ଜୁନାଗଡ଼ ଥାନା ଅନ୍ତର୍ଗତ ଦାସିଗାଁ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଆଜି ସକାଳେ ଥୁଆମୂଳ ରାମପୁର ଥାନା, କାଠକୁରା ଗାଁର ଏକ ପରିବାର ଅଟୋରେ ଜୁନାଗଡ଼ ଆଡକୁ ଆସୁଥିଲେ । ହେଲେ ଜୁନାଗଡ଼ କଲମପୁର ରାସ୍ତାର ଦାସିଗାଁ ନିକଟ ବୁଲାଣିରେ ଅଟୋକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ଅଟୋରେ ଥିବା ୯ ଜଣ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ କଲମପୁର ପୁଲିସ ଏବଂ ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଗୁରୁତର ୯ଜଣଙ୍କୁ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ଗୁରୁତରଙ୍କ ମଧ୍ୟରୁ କାହ୍ନା ନାଏକ(୩୦) ଏବଂ ପଦୁ ସରଣ ନାଏକ(୪୫)ଙ୍କୁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ସାତଜଣ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି । ଦୁର୍ଘଟଣା ଘଟାଇବା ପରେ ଟ୍ରକଟି ଫେରାର ହୋଇଯାଇଛି । ତେବେ ଦୁର୍ଘଟଣା ଘଟାଇଥିବା ଚାଳକ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଟ୍ରକଟି ଜୁନାଗଡ଼ ଅଞ୍ଚଳର ବୋଲି ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ପ୍ରକାଶ ।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories