www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ, ନିର୍ବାଚନ ପ୍ରସ୍ତୁତି ସଂକ୍ରାନ୍ତରେ ସମୀକ୍ଷା

ଭବାନୀପାଟଣା: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକ ରେ ଶ୍ରୀ ଧଳ ଆସନ୍ତା ନିର୍ବାଚନର ପ୍ରସ୍ତୁତି ସଂକ୍ରାନ୍ତରେ ସମୀକ୍ଷା କରିଥିଲେ। ମତଦାନ କେନ୍ଦ୍ର ଗୁଡିକରେ ସମସ୍ତ ସୁବିଧା ପ୍ରଦାନ,  ମଦ ଜବତକୁ ଗୁରୁତ୍ଵ , ପୋଷ୍ଟାଲ ବେଲଟ ପେପର ଆଦି ସଂକ୍ରାନ୍ତରେ ବିଶଦ ସୂଚନା ଦେଇଥିଲେ।

ଏହି ସମୀକ୍ଷା ବୈଠକରେ ସମ୍ବଲପୁର ରାଜସ୍ବ କମିଶନର ଶ୍ରୀକାନ୍ତ ପୃଷ୍ଟି, କଳାହାଣ୍ଡି ଜିଲାପାଳ ପି ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଏବଂ ତ୍ରିଲୋଚନ ପାତ୍ର, ଭବାନିପାଟଣା ଉପ ଜିଲାପାଳ ଡ଼ଃ ବିଶ୍ଵଜିତ ଦାସ , ଧର୍ମଗଡ ଉପ ଜିଲାପାଳ ଧୀମାନ ଚକମା, ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ। ପରେ ମୁଖ୍ୟ ନିର୍ବାଚନ ଅଧିକାରୀ କଳାହାଣ୍ଡି ଏବଂ ନୂଆପଡ଼ା ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସଂକ୍ରାନ୍ତରେ ସମୀକ୍ଷା କରିଥିଲେ।  ଏଥିରେ କଳାହାଣ୍ଡି ଜିଲାପାଳଙ୍କ ସମେତ ନୂଆପଡ଼ା ଜିଲ୍ଲାପାଳ ହେମକାନ୍ତ ସାଏ, ଏସପିଜି ରାଘବେନ୍ଦ୍ର ରେଡ୍ଡୀ, କଳାହାଣ୍ଡି ଏସପି ଅଭିଳାଷ ଜିଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଯୋଗ ଦେଇଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories