www.samajalive.in
Sunday, December 7, 2025
26.1 C
Bhubaneswar

ମଇଁଷି ପଲକୁ ଧକ୍କା ଦେଲା ବସ, ଘଟଣାସ୍ଥଳରେ ୪ ମୃତ

ଭବାନୀପାଟଣା:  ଆଜି ରାତିରେ ଭବାନିପାଟଣା ଜୁନାଗଡ଼ ୨୬ ନମ୍ବର ଜାତୀୟ ରାଜପଥରେ ବସ ଚାପାରେ ୪ ମଇଁଷିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ଏହି ଘଟଣାରେ ଦୁଇ ମଇଁଷି ଗୁରୁତର ଥିବା ଜଣାପଡିଛି।

ସୂଚନା ଅନୁଯାୟୀ ଆଜି ରାତି ପ୍ରାୟ ୮.୩୦ ବେଳେ ଶଗଡା ନଦୀ ପୋଲ ନିକଟରେ ଏକ ଦ୍ରୁତଗାମୀ ଘରୋଇ ବସ ଏକ ମଇଁଷି ପଲକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ଟି ମଇଁଷିଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ରାସ୍ତା ଉପରେ ବିଛାଡ଼ି ହୋଇ ପଡ଼ିଥିବା ମଇଁଷିଙ୍କୁ କିଛି ବ୍ୟକ୍ତି ରାସ୍ତା କଡ଼କୁ ନେଇଥିଲେ। ଫଳରେ ସେହି ରାସ୍ତାଦେଇ ଯାତାୟାତ କରୁଥିବା ଲୋକେ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଖବର ପାଇ ଜୁନାଗଡ଼ ଥାନା ପୁଲିସ ଏବଂ ଭ୍ରାମ୍ୟମାଣ ପଶୁ ଚିକିତ୍ସା ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଦୁର୍ଘଟଣା ଘଟାଇଥିବା ବସକୁ ଠାବ କରାଯାଇନଥିଲେ ମଧ୍ୟ ଭୁବନେଶ୍ୱର ଯାଉଥିବା ବସ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories