www.samajalive.in
Thursday, December 11, 2025
15.1 C
Bhubaneswar

ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା। ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇଟି ଓ ଆଇଟି ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି । ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇଟି ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି। ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ପାଇଁ ଭରଚୁଆଲ ଷ୍ଟୁଡିଓକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।

ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ। ଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ ୧୦ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ରଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି l ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l

- Advertisement -

୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର , ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି l ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସୃଷ୍ଟି କରିଛି।

ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ୱଥି ଏସ , ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର , ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା , ଜିଲାପାଳ ଖୋର୍ଦ୍ଧା କେ . ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡ଼ିଂର ଶିଳାନ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା, ରାଜ୍ୟ ପଣ୍ୟାଗାର ନିଗମର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories