www.samajalive.in
Monday, December 15, 2025
16.1 C
Bhubaneswar

ଭୀମଭୋଇ ସାମର୍ଥ୍ୟ ଶିବିର

ବୌଦ୍ଧ  : ବୌଦ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିପଦର ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ ବୌଦ୍ଧ ପଞ୍ଚାୟତ ସମିତି ପକ୍ଷରୁ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବୀ ପ୍ରସାଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଜାହାରୀ, ସ୍ଥାନୀୟ ସରପଞ୍ଚ ରଶ୍ମିତା ଖଟୁଆ, ଏସଏସଏସଓ ବିରେନ୍ଦ୍ର କହଁର, ଡା ଅକ୍ଷୟ କୁମାର ପଣ୍ଡା, ଡା. ବିମଳ କୁମାର ସାହୁ, ବ୍ଲକ ସାମାଜିକ ସୂରକ୍ଷା ଅଧିକାରୀ ସତ୍ୟବ୍ରତ ସାହୁ ଓ ମିଥିଳେଶ ସାହୁ ପ୍ରମୁଖ ଯୋଗଦେଇଥିଲେ । ଏହି ଶିବିରରେ ୮୧ ଜଣ ଦିବ୍ୟାଙ୍ଗ ନାମ ପଂଜିକରଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୧୨ ଜଣ ଦୃଷ୍ଟିବାଧିତ, ୫୯ ଜଣଙ୍କ ପରିଚୟପତ୍ର ପ୍ରଦାନ କରାଯାଇଥିବାବେଳେ ୩ ଜଣଙ୍କୁ ଟ୍ରାଇସାଇକେଲ ଓ ୭ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା । ବ୍ଲକ ସାମାଜିକ ସୂରକ୍ଷା ଅଧିକାରୀ ସାନନ୍ଦ ସାହୁ ଏହି ଶିବିରକୁ ପରିଚାଳନା କରିବା ସହ ଧନ୍ୟବାଦ ପ୍ରଦାନ କରିଥିଲେ ଓ ରଞ୍ଜିତ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories