mission shakti banner

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

bjd gruha runa banner

ଡେସ୍କ :  ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମାସ ପହିଲାଠାରୁ ପର୍ଯ୍ୟଟକଙ୍କ ନିମନ୍ତେ ଖୋଲାଯିବ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା।
ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ।

Comments are closed.