www.samajalive.in
Saturday, December 6, 2025
17.1 C
Bhubaneswar

କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ କୁମ୍ଭୀର ଗଣନା କରାଯିବ। ଚଳିତ ମାସ ୧୪ ତାରିଖରୁ ୨୨ ପର୍ଯ୍ୟନ୍ତ ଗଣନା କରାଯାଉଥିବାରୁ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ଏହି ସମୟରେ ଭିତରକନିକାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଆସିବାକୁ ବାରଣ କରାଯାଇଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ଼ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ନ ଆସିବା ଯୋଗୁ ନଦୀପଠା ବୁଡି ନଥାଏ। ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ। ପର୍ଯ୍ୟଟକମାନଙ୍କୁ ବନ୍ଦ କରିବାର ୩ ରୁ ୪ ଦିନ ପରେ ଆହୁଲା ମରା ଡଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା କରାଯାଇଥାଏ। ବିଶେଷଜ୍ଞ ଗଣନାକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପରେ ଗଣନାକାରୀ ଦଳ ଗଠନ କରାଯାଇ କୁମ୍ଭୀର ଗଣନା ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories