www.samajalive.in
Saturday, December 6, 2025
23.1 C
Bhubaneswar

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ସ୍କାଏ ଓ୍ବାକ୍‌

କେନ୍ଦ୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ।  ଗୁରୁବାର ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଚଳିତଥର ଭିତରକନିକାରେ ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ସ୍କାଏ ଓ୍ବାକ୍। ଏହା ଉପରକୁ ଯାଇ ପର୍ଯ୍ୟଟକମାନେ ପୁରା ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ। ଏହା କାଠରେ ନିର୍ମିତ ହୋଇଛି। ଗୋଟିଏ ଥରରେ ୨୦ ପର୍ଯ୍ୟଟକଙ୍କୁ ଏହା ଉପରକୁ ଚଢାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories