www.samajalive.in
Sunday, November 16, 2025
15.1 C
Bhubaneswar

ଭରତପୁର ଥାନା ଘଟଣା; ଅନ୍ୟ ୪ପୁଲିସ କର୍ମଚାରୀଙ୍କ ହେବ ପଲିଗ୍ରାଫ ଟେଷ୍ଟ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ଜଣଙ୍କ ପୁଲିସ କର୍ମଚାରୀଙ୍କ ହେବ ପଲିଗ୍ରାଫ ଟେଷ୍ଟ। ପଲିଗ୍ରାଫ୍‌‌ ଟେଷ୍ଟ ସହିତ ଆବଶ୍ୟକ ପଡ଼ିଲେ ଲାଏ ଡିଟେକ୍ସନ ଓ ବ୍ରେନ ମ୍ୟାପିଂ ଟେଷ୍ଟ ହୋଇପାରେ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୋର୍ଟରେ ଆବେଦନ କରାଯାଇଛି। ନିଲମ୍ବିତ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ସହମତି ମଗାଯାଇଛି, ଖୁବଶୀଘ୍ର ଏନେଇ କୋର୍ଟଙ୍କ ନିଷ୍ପତ୍ତି ଆସିବା ପରେ ପଲିଗ୍ରାଫ୍‌‌ ଟେଷ୍ଟ କରାଯିବ। ନିଲମ୍ବିତ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ଶୈଳମୟୀ ସାହୁ, ଏଏସଆଇ ସାଗରିକା ରଥ ଓ କନଷ୍ଟେବଳ ବଳରାମ ହାଁସଦା। ଗତ ୨୫ତାରିଖରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ କରିବାକୁ ଭୁବନେଶ୍ୱର ଏସଡିଜେଏମ୍‌‌ କୋର୍ଟ ଅନୁମତି ଦେଇଥିଲେ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories