www.samajalive.in
Saturday, December 6, 2025
26.1 C
Bhubaneswar

ମହାନଦୀରେ ବନ୍ୟା ଆଶଙ୍କା : ଦୁର୍ବଳ ନଦୀବନ୍ଧରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦେଶ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ମହାନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ଏ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ଏସଆରସି ବା ସ୍ୱତନ୍ତ୍ର ରିଲିଫ କମିଶନର। ସେହିପରି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତିଙ୍କ ସୂଚନା ମୁତାବକ ବର୍ତ୍ତମାନ ମୁଣ୍ଡଳୀରେ ୭ ଲକ୍ଷ ୯୮ ହଜାର ୫୯୯ କ୍ୟୁସେକ ପାଣି ପ୍ରବାହିତ ହେଉଥିବାବେଳେ ଜଳସ୍ତର ଅପ ଷ୍ଟ୍ରିମରେ ୯୨ ଫୁଟ ଓ ଡାଉନ ଷ୍ଟ୍ରିମରେ ୮୮ ଫୁଟ ରହିଛି । ବିଶେଷ କରି ଆଜି ମୁଣ୍ଡଳୀରେ ୮ ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବାକୁ ଥିବାବେଳେ ସମ୍ଭାବ୍ୟ ବନ୍ୟାକୁ ନେଇ ଅନୁଗୁଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାକୁ ଆଲର୍ଟ ଜାରି କରାଯାଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସେହିପରି ଦୁର୍ବଳ ନଦୀବନ୍ଧଗୁଡିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦେଶ ଦିଆଯାଇଛି। ଆବଶ୍ୟକ ପଡିଲେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ଆଠଗଡର ସାପୁଆ ନଦୀରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । ଏଥିପାଇଁ ଆଖପାଖ ଅଞ୍ଚଳରେ ଲୋକେ ଭୟଭୀତ ଅଛନ୍ତି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories