www.samajalive.in
Monday, December 8, 2025
24.1 C
Bhubaneswar

ଘରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ଭୁବନେଶ୍ବର :  ଭୁବନେଶ୍ୱର ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ବନ୍ଦ ଘର ଭିତରରୁ ବୃଦ୍ଧାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବୃଦ୍ଧା ଜଣଙ୍କ ହେଲେ ରୀତା ପଲ୍ଲୀ। ତାଙ୍କୁ କେହି ତଣ୍ଟି କାଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷରେ  ଗତକାଲି ସନ୍ଧ୍ୟା ସମୟରେ ବୃଦ୍ଧାଙ୍କ ଘର ଭିତରୁ ଚିତ୍କାର ଶୁଭିଥିଲା ବୋଲି ପଡ଼ୋଶୀ ଶୁଣି ପୁଲିସକୁ ଖବର ଦେଇଥିଲେ। ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଥିଲେ। ତେବେ ବୃଦ୍ଧାଙ୍କୁ କିଏ ଓ କାହିଁକି ହତ୍ୟା କଲା ସେ ନେଇ ତଦନ୍ତ ଜାରି ରହିଛି ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories