ପ୍ରବଳ ବର୍ଷା ନେଇ ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରୁଛି । ଆସନ୍ତା ୨୪ ଘଣ୍ଟା ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପ୍ରବଳ ବର୍ଷା ନେଇ ବରଗଡ଼, ନୂଆପଡା, ନବରଙ୍ଗପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜିଠୁ ୩ରୁ ୪ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Comments are closed.