www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ବର ଏବେ କ୍ଲଷ୍ଟର ସଂକ୍ରମଣ, ଆଜି ପୁଣି ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର:ସାରା ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ବରରେ ଆଶାନୁରୂପକ ଭାବେ ସଂକ୍ରମଣ କମି ନାହିଁ। ଆଜି ରାଜଧାନୀ ଭୁବନେଶ୍ବରରେ ପୁଣି ୨୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ କହିଛନ୍ତି ଯେ ରାଜଧାନୀ ଭୁବନେଶ୍ବର ଏବେ କ୍ଲଷ୍ଟର ସଂକ୍ରମଣ। ମହାନଗରରେ ଆର୍‌.ଭ୍ୟାଲ୍ୟୁ ୧.୨୪ ଉପରେ ରହିଛି। ବାହାରୁ ଅଧିକ ଲୋକ ଆସୁଥିବାରୁ ସଂକ୍ରମଣ ବଢୁଛି। କରୋନା ରୋଗୀ ଚିକିତ୍ସା ପାଇଁ ଆସିବା ବି କାରଣ ହୋଇପାରେ। ରାଜଧାନୀରେ ମାଇକ୍ରୋ କଣ୍ଟେନ୍‌ମେଣ୍ଟକୁ କଡ଼ାକଡ଼ି କରିବା ଆବଶ୍ୟକ।
ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି କୁହାଯାଇଛି ଯେ ଆଜି ବିଏମ୍‌ସି ଅଞ୍ଚଳରେ ୨୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୫୧ ଏବଂ ଲୋକାଲ କଣ୍ଟାକ୍ଟ କେସ ୨୧୩ ରହିଛି। ଆଜି ସୁଦ୍ଧା ଭୁବନେଶ୍ବରରେ ୧୦୨୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୯୮୩୦୫ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୨୪ଜଣ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୯୧୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories