www.samajalive.in
Saturday, December 6, 2025
19.1 C
Bhubaneswar

ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ; ପ୍ରତି ୱାର୍ଡ ଉତ୍ସବମୁଖର

ଭୁବନେଶ୍ବର: ୭୫ ବର୍ଷରେ ପାଦ ଥାପିଛି ରାଜ୍ୟ ରାଜଧାନୀ ଭୁବନେଶ୍ବର। ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଗୁରୁବାର ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲୀ। ଏହି ଅବସରରେ ବିଧାନସଭା ସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ କରାଯାଇଛି। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପତାକା ଉତ୍ତୋଳନ କରି ପ୍ରତିଷ୍ଠା ଦିବସର ଉଦ୍‌ଘାଟନ କରିଛନ୍ତି। ଏହାପରେ ପରେଡ୍‌ ପ୍ରଦର୍ଶନ କରାଯାଇଥିଲା। ଭୁବନେଶ୍ବର ମହାନଗର ନିଗମର ପ୍ରତ୍ୟେକ ୱାର୍ଡ଼ରେ ରାଜଧାନୀ ପ୍ରତିଷ୍ଠା ଦିବସର ଉତ୍ସବ ପାଳନ କରାଯାଉଛି। ଏହି ସମାରୋହ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସରରେ ଜୟଦେବ ଭବନରେ ସ୍ବତନ୍ତ୍ର ଫଟୋ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉଦ୍‌ଘାଟନ କରିଛନ୍ତି।

- Advertisement -

ଏହି ଅବସରରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୁରେଶ କୁମାର ରାଉତରାୟ, ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବର ଓଡ଼ିଶାର ରାଜଧାନୀ ମାନ୍ୟତା ପାଇଥିଲା। ସେଦିନ ଓ ଆଜି ମଧ୍ୟରେ ରହିଛି ଆକାଶ ପାତାଳ ଫରକ୍‌। ସମୟର ଗତି ସଙ୍ଗେ ବଦଳି ଭୁବନେଶ୍ବର ପାଲଟି ଯାଇଛି ସ୍ମାର୍ଟସିଟି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories