www.samajalive.in
Thursday, December 11, 2025
26.1 C
Bhubaneswar

ଯାନବାହନ ଚଳାଚଳ ଉପରେ କଟକଣା

ଭୁବନେଶ୍ବର: ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁସାରେ ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ ପର୍ଯ୍ୟନ୍ତ କଟକଣା ରଖାଯାଇଛି। ହାଉସିଂବୋର୍ଡ ଛକ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ କେଶରୀ ସିନେମା ହଲ୍‌ଠାରୁ ଆଗକୁ ନ ଯାଇ ବାମ ପଟ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ଏଜି ଛକ ପଟୁ ପିଏମ୍‌ଜି ଛକ ଆଡକୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବଭବନ ପାଖରେ  ଅଟକି ଡାହାଣ ପଟରେ ଇନ୍ଦିରା ଗାନ୍ଧୀ ପାର୍କ କଡ଼ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବ। ମାଷ୍ଟରକ୍ୟାଣ୍ଟିନ୍ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ ଲୋୟର ପିଏମ୍‌ଜି  ଛକଠାରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ  ଯାଇପାରିବ। ୧୨୦ ବାଟାଲିଅନ୍‌ ଛକ ପଟୁ ପିଏମ୍‌ଜି ଆଡକୁ ଯାଉଥିବା ଗାଡ଼ିଗୁଡ଼ିକ ପାୱାର ହାଉସ ଛକଆଡକୁ ଯିବେ। ରାଜଭବନ ଛକ ପଟୁ ଏମ୍‌ଏଲ୍‌ଏ  କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ  ଗାଡ଼ିଗୁଡ଼ିକ ଶାସ୍ତ୍ରୀନଗର ଆଡକୁ ଯିବ। ଏହି କଟକଣା ବିଧାନସଭା, ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବନାହିଁ।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories