www.samajalive.in
Sunday, December 7, 2025
23.1 C
Bhubaneswar

୧୬ରୁ ହେଲମେଟ ଯାଞ୍ଚ

ଭୁବନେଶ୍ୱର: ବିନା ହେଲମେଟ (ଶିରସ୍ତ୍ରାଣ)ରେ ଗାଡ଼ି ଚଳାଉଥିବା ଚାଳକଙ୍କ ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ଯାଉଛି । ରାଜ୍ୟ ଦେଇଯାଇଥିବା ସବୁ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଏସଟିଏ ପକ୍ଷରୁ ଏହି ଅଭିଯାନ କରାଯିବ । ହେଲମେଟ ଯାଞ୍ଚ ବ୍ୟତୀତ ମୋଟର ସାଇକଲରେ ୩ଜଣ ଯାତ୍ରା, ୧୮ ବର୍ଷରୁ କମ୍‌ ପିଲା ଗାଡ଼ି ଚଳାଉ ଥିଲେ ଦଣ୍ଡିତ ହେବେ। ହେଲମେଟ ପିନ୍ଧି ନ ଥିଲେ ୧ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ।

ସେହିପରି ମୋଟର ସାଇକଲରେ ବସିଥିବା ଯାତ୍ରୀ ହେଲମେଟ ପିନ୍ଧି ନ ଥିଲେ ଚାଳକଙ୍କ ଲାଇସେନ୍ସ ୩ ମାସ ବାତିଲ କରାଯିବ ବୋଲି ଏସ୍‌ଟିଏ ପକ୍ଷରୁ ସ୍ପଷ୍ଟ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୨୧ରେ ମୋଟର ସାଇକଲ ଦୁର୍ଘଟଣାରେ ୧୩୦୮ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ସେମାନଙ୍କ ଭିତରୁ ୮୬୮ ଜଣ ଚାଳକ ହୋଇଥିବା ବେଳେ ୪୪୦ ଜଣ ମୋଟର ସାଇକଲରେ ବସିଥିଲେ । ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ମୃତକମାନେ ହେଲମେଟ ପିନ୍ଧି ନଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories