www.samajalive.in
Saturday, December 6, 2025
26.1 C
Bhubaneswar

ପୂଜା ପାଇଁ ସକ୍ରିୟ ରହିଛି ପୁଲିସ; ୪୦ଲକ୍ଷ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରେ ଲମ୍ବୁଛି ନିଶା କାରବାରର ଚେର ।  ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରୁ ୩ଜଣ ଧଳାଜହର ବେପାରୀ ଗିରଫ ହୋଇଛନ୍ତି । ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ଦିଆଯାଇଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ମାନଙ୍କ ଠାରୁ ୪ଶହ ଗ୍ରାମ୍‌ ଧଳାଜହର ଜବତ ହୋଇଛି । ଜବତ ଧଳାଜହରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।

ପାର୍ବଣ ଋତୁ ଆସୁଥିବାରୁ ସକ୍ରିୟ ରହିଛି କମିଶନରେଟ୍‌ ପୁଲିସ । ନିଶା ବିରୋଧୀ ଅଭିଯାନକୁ ଜୋରଦାର କରାଯାଉଛି । ରାଜଧାନୀ ଭୁବନେଶ୍ୱର ଓ କଟକରେ ନିଶା କାରବାର କମ୍‌ କରିବାକୁ ଉଦ୍ୟମ ଜାରି ରଖିଥିବା କହିଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ୨୦୨୧ରୁ ଆରମ୍ଭ ହୋଇଥିବା ସ୍ପେଶାଲ ଡ୍ରାଇଭ୍‌ ଏବେ ବି ଜାରି ରହିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସିପି ସୂଚନା ଦେଇଛନ୍ତି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories