www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରେନ୍‌ ଦୁର୍ଘଟଣା; ମୃତକଙ୍କ ପରିବାରକୁ ମିଳିବ ୭ଲକ୍ଷ ଟଙ୍କା

ଭୁବନେଶ୍ବର: ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ଘୋଷଣା ହେଲା ଅନୁକମ୍ପା ରାଶି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା କରାଯାଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପାଇଁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୃତକଙ୍କ ପରିବାର ପାଇଁ ୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

ସୂଚନା ଥାଉ କି, ଗତ କିଛି ସମୟ ପୂର୍ବରୁ ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଥିଲେ । ଟ୍ୱିଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣାର ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ ଲେଖିଥିଲେ । ତାହା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ଆହତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶୁଆରୋଗ୍ୟ କାମନା କରିଛନ୍ତି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories