www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତା ୩୧ ଯାଏଁ ଧଉଳି ବନ୍ଦ ; ପର୍ଯ୍ୟଟନ ଅଧିକାରୀଙ୍କ ସୂଚନା

ଭୁବନେଶ୍ୱର : ସମଗ୍ର ବିଶ୍ୱରେ କରୋନା ଭାଇରସ ନିଜର କାୟା ବିସ୍ତାର କରିଥିବା ବେଳେ ଏଥିରେ ବହୁ ଲୋକଙ୍କ ମୃତ୍ୟୁ ହେବା ସହ ବର୍ତ୍ତମାନ ମଧ୍ୟ ଅନେକ ଲୋକେ ଆକ୍ରାନ୍ତ ରହିଛନ୍ତି। ତେଣୁ ସ୍ୱଚ୍ଛତାକୁ ଦୃଷ୍ଟିରେ ରଖି ଓ ସଂକ୍ରମଣରୁ ନିଜକୁ ରକ୍ଷା କରିବାକୁ ବିଭିନ୍ନ ଆବଶ୍ୟକ ପନ୍ଥା ଗ୍ରହଣ କରାଯାଉଛି। ଏହି କାରଣରୁ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀକୁ ମଧ୍ୟ ବନ୍ଦ କରାଯାଇଛି। ସେହିପରି ମାର୍ଚ୍ଚ ୩୧ ଯାଏଁ ଧଉଳିକୁ ମଧ୍ୟ ବନ୍ଦ କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ପର୍ଯ୍ୟଟନ ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଏହା ମାର୍ଚ୍ଚ ୩୧ ଯାଏଁ ଲାଗୁ ହୋଇଛି।
ସୂଚନା ଯୋଗ୍ୟ, ଆଜି ଠାରୁ ଆସନ୍ତା ୩୧ ପର୍ଯ୍ୟନ୍ତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନୀକାଲ ଗାର୍ଡ଼େନ ବନ୍ଦ ରହିବ ବୋଲି ଗତ କାଲି ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ଘୋଷଣା କରିଥିଲେ। ଗତ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିବା ସହ ସତର୍କତା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ମାର୍ଚ୍ଚ ୩୧ ଯାଏଁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସିନେମା ହଲ୍‍ , ସୁଇମିଂ ପୁଲ୍‍ ଓ ଜିମକୁ ବନ୍ଦ କରିବା ପାଇଁ ମଧ୍ୟ କୁହାଯାଇଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories