ଭୁବନେଶ୍ବର: କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ବରର ରାଜଭବନ ଛକ ଯାଏ ୨୪ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ। ଏବେ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି। ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବା ସହିତ ଲ୍ୟାବରେ ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରାଯିବ। ଏହା ପରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ରାଜ୍ୟ ସରକାରଙ୍କୁ ଦେବେ। ସୂଚନାଯୋଗ୍ୟ, ଖୁବ୍ ଶୀଘ୍ର ଓଡ଼ିଶାରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ଆରମ୍ଭ ହେବ। କଟକ-ଭୁବନେଶ୍ବର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ଏହି ମେଟ୍ରୋ ରେଳ ଚଳାଚଳ କରିବ। ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୁଳିଆରୁ ଭୁବନେଶ୍ବର ବିମାନବନ୍ଦର ମଧ୍ୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏନେଇ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ। ରାଜ୍ୟ ସରକାର ନିଜସ୍ବ ଅର୍ଥରେ ଏହି ପ୍ରକଳ୍ପ କରିବେ ବୋଲି ଜଣାପଡ଼ିଛି।
Popular Categories



