www.samajalive.in
Saturday, December 6, 2025
26.1 C
Bhubaneswar

ଉଚ୍ଚଶିକ୍ଷା ପାଇଁ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା

ଭୁବନେଶ୍ୱର : ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିହ୍ନଟ ହୋଇଥିବା ଆଉ ୧୧୩୮ ଆଦିମ ଜନଜାତି ଗାଁକୁ ଏହି ଯୋଜନା ସଂପ୍ରସାରଣ କରିବାକୁ ଦାବି କରାଯାଇଛି । ୨୦୨୪-୨୫ ଆର୍ଥିକ ବର୍ଷରୁ ଆସନ୍ତା ୭ ବର୍ଷ ପାଇଁ ଏହିସବୁ ଗାଁରେ ଆଦିମ ଜନଜାତି ସଶକ୍ତିକରଣ ଓ ଜୀବନଜୀବିକା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ଦାବି କରିଛନ୍ତି। ଆଦିବସୀଙ୍କ କଳା, ସଂସ୍କୃତିର ସୁରକ୍ଷା ଓ ବିକାଶ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ୨୩ଟି ଜିଲାର ୧୭୨ ବ୍ଲକକୁ ସଂପ୍ରସାରିତ କରାଯାଇଛି। ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଆବାସିକ ଛାତ୍ରାବାସ ଜରିଆରେ ଶିକ୍ଷାଦାନରେ ଓଡ଼ିଶା ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟ। ବାର୍ଷିକ ପ୍ରାୟ ୬ ଲକ୍ଷ ଆଦିବାସୀ ଛାତ୍ରଛତ୍ରୀ ଏହି ସୁବିଧା ପାଉଛନ୍ତି ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories